- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଅନ୍ତର୍ଗତ ଉପହାର ସାମଗ୍ରୀ ଯୋଗାଇବା ପାଇଁ ଉତ୍କଳିକାର ବୁଝାମଣାପତ୍ର ସ୍ୱାକ୍ଷରିତ
- ମିଳିଲା ବୋମା ମାଡ ଧମକ, ସମ୍ବଲପୁର କୋର୍ଟ ପରିସରରେ ଜୋରଦାର ଯାଞ୍ଚ
- ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣିଙ୍କୁ ଭେଟିଲେ ଟିଏଫଏଲର ଏମଡି
- ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି ନାଲକୋ ଅବସରପ୍ରାପ୍ତ କର୍ମଚାରୀ କଲ୍ୟାଣ ସଂଘ କର୍ମକର୍ତ୍ତାଙ୍କୁ ଭେଟିଲେ
- ଖୁବଶୀଘ୍ର ରାଜ୍ୟରେ ୪୫ ହଜାର ଶିକ୍ଷକ ପଦବୀ ପୂରଣ ହେବ - ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ଆଗାମୀ ୨୪ ଘଂଟା ମଧ୍ୟରେ ଘନ କୁହୁଡ଼ି ନେଇ ୪ ଜିଲ୍ଲାକୁ ୱାର୍ଣ୍ଣିଂ : ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା
ଭୁବନେଶ୍ୱର, ୧୯ ଜାନୁଆରୀ - ଆଗାମୀ ୨୪ ଘଂଟା ମଧ୍ୟରେ ଘନ କୁହୁଡ଼ି ନେଇ ୪ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ନୟାଗଡ଼, କଳାହାଣ୍ଡି, ଏବଂ କନ୍ଧମାଳ । ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡ଼ି ନେଇ ଚେତାବନୀ ରହିଛି । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୦ରୁ ୨୦୦ ମିଟର ମଧ୍ୟରେ ରହିପାରେ । ତେବେ ୨୦ ତାରିଖ ଠାରୁ ୨୪ ତାରିଖ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ ।
ସେହିପରି ଆଗାମୀ ୩ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଂଟା ମଧ୍ୟରେ ପୁରୀ, ଖୋର୍ଦ୍ଧା, କଟକ, ଝାରସୁଗୁଡ଼ା ଏବଂ କୋରାପୁଟ ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି ।
୨୦ ତାରିଖ ସକାଳ ୮ଟା ୩୦ରୁ ୨୧ ତାରିଖ ସକାଳ ୮ଟା ୩୦ ସୁଦ୍ଧା ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ସୁନ୍ଦରଗଡ଼ ଏବଂ କୋରାପୁଟ ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି ।
ସେହିପରି ୨୧ ତାରିଖ ସକାଳ ୮ଟା ୩୦ରୁ ୨୨ ତାରିଖ ସକାଳ ୮ଟା ୩୦ ସୁଦ୍ଧା ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ଏବଂ ସୁନ୍ଦରଗଡ଼ ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।