BIG NEWS
ଆନ୍ଧ୍ର ପ୍ରଦେଶରେ ଖାଇକୁ ଖସିଲା ବସ୍ , ୯ ଜଣ ଯାତ୍ରୀ ମୃତ, ୧୦ ଜଣଙ୍କ ଅବସ୍ଥା ଗୁରୁତର
ଏସଆଇଆରର ତଦାରଖ ନିମନ୍ତେ ପର୍ଯ୍ୟବେକ୍ଷକ ନିଯୁକ୍ତ କଲେ ନିର୍ବାଚନ ଆୟୋଗ
ରାହୁଲ ଗାନ୍ଧୀ ସଂସଦରେ ପ୍ରଦୂଷଣ ପ୍ରସଙ୍ଗରେ ବ୍ୟାପକ ଆଲୋଚନା ପାଇଁ କଲେ ଦାବି

ଆଗାମୀ ୨୪ ଘଂଟା ମଧ୍ୟରେ ଘନ କୁହୁଡ଼ି ନେଇ ୫ ଜିଲ୍ଲାକୁ ୱାର୍ଣ୍ଣିଂ : ୮ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା

FMNEWS.IN 05-01-2025
Dense fog warning issued for 5 districts in the next 24 hours: Light to moderate fog likely in 8 districts

ଭୁବନେଶ୍ୱର, ୫ ଜାନୁଆରୀ- ଆଗାମୀ ୨୪ ଘଂଟା ମଧ୍ୟରେ ଘନ କୁହୁଡ଼ି ନେଇ ୫ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ ଏବଂ କୋରାପୁଟ । ଏହି ଜିଲ୍ଲାଗୁଡ଼ିକରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି । ସେସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିପାରେ ।

ସେହିପରି ଆଗାମୀ ୨୪ ଘଂଟା ମଧ୍ୟରେ ଓଡ଼ିଶାର ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି ଏବଂ ରାୟଗଡ଼ା ଆଦି ଜିଲ୍ଲା ଗୁଡିକରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।