Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଆଗାମୀ ୩ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା
FMNEWS.IN
10-01-2025
ଭୁବନେଶ୍ୱର, ୧୦ ଜାନୁଆରୀ- ଆଗାମୀ ୩ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ । ଆଗାମୀ ୨ଦିନ ମଧ୍ୟରେ ଓଡ଼ିଶାର ଝାରସୁଗୁଡ଼ା, କେନ୍ଦୁଝର, କଳାହାଣ୍ଡି, ଖୋର୍ଦ୍ଧା, କଟକ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ା ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି ।
ସେହିପରି ୧୨ ତାରିଖ ସକାଳ ୮ଟା ୩୦ରୁ ୧୩ ତାରିଖ ସକାଳ ୮ଟା ୩୦ ସୁଦ୍ଧା ଝାରସୁଗୁଡ଼ା, କେନ୍ଦୁଝର, କଳାହାଣ୍ଡି, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଏବଂ ପୁରୀ ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।