Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
୧୯ ଓ ୨୦ ତାରିଖରେ କେତେକ ସ୍ଥାନରେ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ପାଣିପାଗ ବିଭାଗର ଚେତାବନୀ
FMNEWS.IN
16-03-2025
ଭୁବନେଶ୍ୱର, ୧୬ ମାର୍ଚ୍ଚ- ୧୯ ଓ ୨୦ ତାରିଖରେ କେତେକ ସ୍ଥାନରେ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
୧୯ ତାରିଖରେ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ୭ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ସମ୍ବଲପୁର । ଏହି ସମୟରେ ସେଠାରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ୨୦ ତାରିଖରେ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ୧୧ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ସମ୍ବଲପୁର । ଏହି ସମୟରେ ସେଠାରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।