- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଅନ୍ତର୍ଗତ ଉପହାର ସାମଗ୍ରୀ ଯୋଗାଇବା ପାଇଁ ଉତ୍କଳିକାର ବୁଝାମଣାପତ୍ର ସ୍ୱାକ୍ଷରିତ
- ମିଳିଲା ବୋମା ମାଡ ଧମକ, ସମ୍ବଲପୁର କୋର୍ଟ ପରିସରରେ ଜୋରଦାର ଯାଞ୍ଚ
- ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣିଙ୍କୁ ଭେଟିଲେ ଟିଏଫଏଲର ଏମଡି
- ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି ନାଲକୋ ଅବସରପ୍ରାପ୍ତ କର୍ମଚାରୀ କଲ୍ୟାଣ ସଂଘ କର୍ମକର୍ତ୍ତାଙ୍କୁ ଭେଟିଲେ
- ଖୁବଶୀଘ୍ର ରାଜ୍ୟରେ ୪୫ ହଜାର ଶିକ୍ଷକ ପଦବୀ ପୂରଣ ହେବ - ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
3 ବର୍ଷ ଭିତରେ ଆଇଟି ହବ୍ ହେବ ଓଡ଼ିଶା- ଅଶ୍ୱିନୀ ବୈଷ୍ଣବ
ଭୁବନେଶ୍ୱର, 9 ଜାନୁଆରି:- ଆସନ୍ତା 2 ରୁ 3 ବର୍ଷ ଭିତରେ ଓଡ଼ିଶା ହେବ ଆଇଟି ହବ୍ । ବିରାଟ ଆଇଟି, ଇଲେକ୍ଟ୍ରୋନିକ୍ସ, ସେମିକଣ୍ଡକ୍ଟର, ଏଆଇ, ମେସିନ ଲର୍ଣ୍ଣିଂ, ଆଇଓଟି, ଇଣ୍ଡଷ୍ଟ୍ରି 4.0 କ୍ଷେତ୍ର ପାଇଁ ଯୁବକ ଯୁବତୀ ମାନଙ୍କୁ ପାରଙ୍ଗମ କରାଯିବ । ଓଡ଼ିଶାକୁ ବିରାଟ ଆଇଟି ହବରେ ପରିଣତ କରାଯିବ । ଏନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଜି ବିସ୍ତୃତ ଭାବେ ଆଲୋଚନା ହୋଇଛି ବୋଲି କହିଛନ୍ତି ରେଳମନ୍ତ୍ରୀ । ଏ ନେଇ ଦୁଇ ତିନି ମାସ ଭିତରେ ପଦକ୍ଷେପ ନିଆଯିବ । ଓଡ଼ିଶାରେ ରେଳବାଇ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ । ଗୋଟି ଗୋଟି କରି ପ୍ରକଳ୍ପ ଗୁଡ଼ିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ହୋଇଛି । ବିଜେପି ସରକାର ଆସିବା ପରେ 1 ଲକ୍ଷ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରାଯାଇଥିଲା । ସେଥିରୁ କେତେ ଗୁଡିଏ ପ୍ରକଳ୍ପ କାମ ଆରମ୍ଭ ହୋଇଛି । ଆଉ କିଛି ନୂଆ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଛନ୍ତି । ଖୁବଶୀଘ୍ର ସେଗୁଡ଼ିକର ଡିପିଆର ପ୍ରସ୍ତୁତ କରାଯିବ । ମହାକୁମ୍ଭ ମେଳା ପାଇଁ ଓଡ଼ିଶାରୁ ଚାଲିବ ସ୍ବତନ୍ତ୍ର ଟ୍ରେନ ବୋଲି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।