- ଓଡିଶା ବନ୍ଦକୁ ଅନୁଗୁଳ ଜିଲ୍ଲା କଂଗ୍ରେସର ସମର୍ଥନ
- 28 ତାରିଖ ଓଡିଶା ବନ୍ଦକୁ କଂଗ୍ରେସର ସମର୍ଥନ
- କରାଚୀ ସପିଂ ପ୍ଲାଜାରେ ନିଆଁ ଲାଗି ମୃତ୍ୟୁବରଣ କରିଥିବା ଲୋକଙ୍କ ସହଖ୍ୟା 8ରେ ପହଂଚିଲା, 58ରୁ ଅଧିକ ନିଖୋଜ
- ଶିଳ୍ପପତିମାନେ ଝାରସୁଗୁଡା ସ୍ୱାର୍ଥକୁ ଅଣଦେଖା କରିଛନ୍ତି : ଭକ୍ତ
- ଯଦି କଂଗ୍ରେସ ପାଇଁ କାର୍ଯ୍ୟ କରିବା ନାହିଁ ତେବେ ତାହା ନିଜ ପ୍ରତି ବିଶ୍ୱାସଘାତକତା ହେବ- ଭକ୍ତ
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୧୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୫ ମଇ - ଆଗାମୀ ୭ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୧୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, କନ୍ଧମାଳ, କଳାହାଣ୍ଡି, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ନୂଆପଡ଼ା । ଏହା ବ୍ୟତୀତ ଅନ୍ୟ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ସ୍ଥଳବିଶେଷରେ ୬୦ କି.ମି. ପ୍ରତି ଘଂଟା ରହିପାରେ ।
ସେହିପରି ୨୬ ତାରିଖ ଅର୍ଥାତ୍ ଆସନ୍ତାକାଲି ପାଇଁ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୭ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୮ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ନେଇ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୨୯ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ନେଇ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୩୦ ତାରିଖରେ ୬ ଜିଲ୍ଲା, ୩୧ ତାରିଖରେ ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।