- ନାରୀ ନିର୍ଯାତନା ପ୍ରସଙ୍ଗରେ ଏଆଇସିସି ତଥ୍ୟ ଅନୁଧ୍ୟାନ କମିଟିର କୋହଭରା ମନ୍ତବ୍ୟ ‘ଦୁଃଖର ସହ ଓଡ଼ିଶାରୁ ବିଦାୟ ନେଉଛୁ’
- ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ପବିତ୍ର ମୋହନ ମେଡିକାଲ କଲେଜ, ତାଳଚେରର କାର୍ଯ୍ୟକ୍ଷମ କରିବାର ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା
- ଏୟାର ଇଣ୍ଡିଆର ବେପାରୁଆ ମନୋଭାବ, ଚେନ୍ନାଇରୁ ବିନା ଲଗେଜରେ ପାଟଣାରେ ପହଂଚିଲା ଫ୍ଲାଇଟ, ଯାତ୍ରୀଙ୍କ ହଙ୍ଗାମା
- ମହାପ୍ରଭୁଙ୍କୁ ଭୂମିକୁ ଆସିବା ପାଇଁ ଟ୍ରମ୍ପଙ୍କ ନିମନ୍ତ୍ରଣକୁ କଲି ପ୍ରତ୍ଯାଖ୍ୟାନ – ପ୍ରଧାନମନ୍ତ୍ରୀ
ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ, କୁଆପଥର ବର୍ଷା, ଭୀଷଣ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି

ଭୁବନେଶ୍ୱର, ୨୭ ଅପ୍ରେଲ - ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀର ପ୍ରଭାବ ପରିଲକ୍ଷିତ ହେବ ।
ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ, କୁଆପଥର ବର୍ଷା, ଭୀଷଣ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ନେଇ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ । ଏହା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ ।
ସେହିପରି ୨୮ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ କୁଆପଥର ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ନେଇ ୨୧ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଏବଂ ଗଜପତି । ଏହା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ ।
୨୯ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ, କୁଆପଥର ବର୍ଷା, ଭୀଷଣ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୨୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩୦ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମଇ ୧ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।