ଆଗାମୀ ୩ ଦିନ ପର୍ଯ୍ୟନ୍ତ ରହିବ କାଳବୈଶାଖୀର ପ୍ରଭାବ : ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର, ୪ ମଇ - ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀର ପ୍ରଭାବ ପରିଲକ୍ଷିତ ହେବ । ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୫ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ, କୁଆପଥର ବର୍ଷା ଓ ଭୀଷଣ ବର୍ଷା ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଥିବା ବେଳେ ୬ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ଏହାର ପରବର୍ତୀ ଦୁଇ ଦିନ ପାଇଁ କୌଣସି ଚେତାବନୀ ନାହିଁ ।
ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୩ ଜିଲ୍ଲା ମୟୂରଭଞ୍ଜ, କୋରାପୁଟ, ମାଲକାନଗିରିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୬ ଜିଲ୍ଲା କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଅନୁଗୁଳ, ଢ଼େଙ୍କାନାଳ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା ଏବଂ ନବରଙ୍ଗପୁରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଓ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
୫ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ, କୁଆପଥର ବର୍ଷା ଓ ଭୀଷଣ ବର୍ଷା ନେଇ ୫ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ଓ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।
ଅନୁରୂପ ଭାବେ ୬ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୭ ଓ ୮ ତାରିଖ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।