- ଓଡିଶା ବନ୍ଦକୁ ଅନୁଗୁଳ ଜିଲ୍ଲା କଂଗ୍ରେସର ସମର୍ଥନ
- 28 ତାରିଖ ଓଡିଶା ବନ୍ଦକୁ କଂଗ୍ରେସର ସମର୍ଥନ
- କରାଚୀ ସପିଂ ପ୍ଲାଜାରେ ନିଆଁ ଲାଗି ମୃତ୍ୟୁବରଣ କରିଥିବା ଲୋକଙ୍କ ସହଖ୍ୟା 8ରେ ପହଂଚିଲା, 58ରୁ ଅଧିକ ନିଖୋଜ
- ଶିଳ୍ପପତିମାନେ ଝାରସୁଗୁଡା ସ୍ୱାର୍ଥକୁ ଅଣଦେଖା କରିଛନ୍ତି : ଭକ୍ତ
- ଯଦି କଂଗ୍ରେସ ପାଇଁ କାର୍ଯ୍ୟ କରିବା ନାହିଁ ତେବେ ତାହା ନିଜ ପ୍ରତି ବିଶ୍ୱାସଘାତକତା ହେବ- ଭକ୍ତ
ଆଗାମୀ ୫ ଦିନ ପର୍ଯ୍ୟନ୍ତ ରହିବ କାଳବୈଶାଖୀର ପ୍ରଭାବ : ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୬ ଅପ୍ରେଲ - ଆଗାମୀ ୫ ଦିନ ପର୍ଯ୍ୟନ୍ତ ଅର୍ଥାତ୍ ୧ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ କାଳବୈଶାଖୀର ପ୍ରଭାବ ପରିଲକ୍ଷିତ ହେବ । ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ, କଟକ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ଓ ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।
ସେହିପରି ୨୭ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ କୁଆପଥର ବର୍ଷା ନେଇ ୫ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଗଞ୍ଜାମ, କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୩ ଜିଲ୍ଲା ଖୋର୍ଦ୍ଧା, ନୟାଗଡ଼, ପୁରୀ, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, ଗଜପତି, ମାଲକାନଗିରିକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ଓ ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।
୨୮ ତାରିଖରେ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୯ ତାରିଖରେ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩୦ ତାରିଖରେ ୨୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।