- ନାରୀ ନିର୍ଯାତନା ପ୍ରସଙ୍ଗରେ ଏଆଇସିସି ତଥ୍ୟ ଅନୁଧ୍ୟାନ କମିଟିର କୋହଭରା ମନ୍ତବ୍ୟ ‘ଦୁଃଖର ସହ ଓଡ଼ିଶାରୁ ବିଦାୟ ନେଉଛୁ’
- ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ପବିତ୍ର ମୋହନ ମେଡିକାଲ କଲେଜ, ତାଳଚେରର କାର୍ଯ୍ୟକ୍ଷମ କରିବାର ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା
- ଏୟାର ଇଣ୍ଡିଆର ବେପାରୁଆ ମନୋଭାବ, ଚେନ୍ନାଇରୁ ବିନା ଲଗେଜରେ ପାଟଣାରେ ପହଂଚିଲା ଫ୍ଲାଇଟ, ଯାତ୍ରୀଙ୍କ ହଙ୍ଗାମା
- ମହାପ୍ରଭୁଙ୍କୁ ଭୂମିକୁ ଆସିବା ପାଇଁ ଟ୍ରମ୍ପଙ୍କ ନିମନ୍ତ୍ରଣକୁ କଲି ପ୍ରତ୍ଯାଖ୍ୟାନ – ପ୍ରଧାନମନ୍ତ୍ରୀ
ଆଗାମୀ ୫ ଦିନ ପର୍ଯ୍ୟନ୍ତ ରହିବ କାଳବୈଶାଖୀର ପ୍ରଭାବ : ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର, ୨ ମଇ - ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀର ପ୍ରଭାବ ପରିଲକ୍ଷିତ ହେବ । ଆସନ୍ତା ୨୪ ଘଂଟା ଏବଂ ୫ ତାରିଖ ଓ ୬ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଥିବା ବେଳେ ୩ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ, କୁଆପଥର ବର୍ଷା ଓ ଭୀଷଣ ବର୍ଷା ନେଇ କେତେକ ଜିଲ୍ଲାକୁ ଚେତାବନୀ ରହିଛି । ସେହିପରି ୪ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ଓ ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।
0୩ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ, କୁଆପଥର ବର୍ଷା ଓ ଭୀଷଣ ବର୍ଷା ନେଇ ୮ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼, ଗଞ୍ଜାମ, ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ନେଇ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି., କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ ।
୪ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୩ ଜିଲ୍ଲା ମୟୂରଭଞ୍ଜ, ବାଲେଶ୍ୱର, ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ନେଇ ଅନ୍ୟ ୨୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ୫ ତାରିଖ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୬ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।