Breaking News
- ଓଡିଶା ବନ୍ଦକୁ ଅନୁଗୁଳ ଜିଲ୍ଲା କଂଗ୍ରେସର ସମର୍ଥନ
- 28 ତାରିଖ ଓଡିଶା ବନ୍ଦକୁ କଂଗ୍ରେସର ସମର୍ଥନ
- କରାଚୀ ସପିଂ ପ୍ଲାଜାରେ ନିଆଁ ଲାଗି ମୃତ୍ୟୁବରଣ କରିଥିବା ଲୋକଙ୍କ ସହଖ୍ୟା 8ରେ ପହଂଚିଲା, 58ରୁ ଅଧିକ ନିଖୋଜ
- ଶିଳ୍ପପତିମାନେ ଝାରସୁଗୁଡା ସ୍ୱାର୍ଥକୁ ଅଣଦେଖା କରିଛନ୍ତି : ଭକ୍ତ
- ଯଦି କଂଗ୍ରେସ ପାଇଁ କାର୍ଯ୍ୟ କରିବା ନାହିଁ ତେବେ ତାହା ନିଜ ପ୍ରତି ବିଶ୍ୱାସଘାତକତା ହେବ- ଭକ୍ତ
ଆଗାମୀ ୨୪ ଘଂଟା ମଧ୍ୟରେ ଘନ କୁହୁଡ଼ି ନେଇ ୪ ଜିଲ୍ଲାକୁ ୱାର୍ଣ୍ଣିଂ
FMNEWS.IN
27-12-2024
ଭୁବନେଶ୍ୱର, ୨୭ ଡିସେମ୍ବର - ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଘନ କୁହୁଡ଼ି ଦେଖାଦେବ । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିବ । ସେନେଇ ୪ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ନବରଙ୍ଗପୁର, ବଲାଙ୍ଗିର, କଳାହାଣ୍ଡି ଏବଂ କନ୍ଧମାଳ ।
ସେହିପରି ଆଗାମୀ ୨୪ ଘଂଟା ମଧ୍ୟରେ କେନ୍ଦୁଝର, ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।