Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଆଗାମୀ ୨୪ ଘଂଟା ମଧ୍ୟରେ ଘନ କୁହୁଡ଼ି ନେଇ ୪ ଜିଲ୍ଲାକୁ ୱାର୍ଣ୍ଣିଂ
FMNEWS.IN
27-12-2024
ଭୁବନେଶ୍ୱର, ୨୭ ଡିସେମ୍ବର - ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଘନ କୁହୁଡ଼ି ଦେଖାଦେବ । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିବ । ସେନେଇ ୪ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ନବରଙ୍ଗପୁର, ବଲାଙ୍ଗିର, କଳାହାଣ୍ଡି ଏବଂ କନ୍ଧମାଳ ।
ସେହିପରି ଆଗାମୀ ୨୪ ଘଂଟା ମଧ୍ୟରେ କେନ୍ଦୁଝର, ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।