- ଓଡିଶା ବନ୍ଦକୁ ଅନୁଗୁଳ ଜିଲ୍ଲା କଂଗ୍ରେସର ସମର୍ଥନ
- 28 ତାରିଖ ଓଡିଶା ବନ୍ଦକୁ କଂଗ୍ରେସର ସମର୍ଥନ
- କରାଚୀ ସପିଂ ପ୍ଲାଜାରେ ନିଆଁ ଲାଗି ମୃତ୍ୟୁବରଣ କରିଥିବା ଲୋକଙ୍କ ସହଖ୍ୟା 8ରେ ପହଂଚିଲା, 58ରୁ ଅଧିକ ନିଖୋଜ
- ଶିଳ୍ପପତିମାନେ ଝାରସୁଗୁଡା ସ୍ୱାର୍ଥକୁ ଅଣଦେଖା କରିଛନ୍ତି : ଭକ୍ତ
- ଯଦି କଂଗ୍ରେସ ପାଇଁ କାର୍ଯ୍ୟ କରିବା ନାହିଁ ତେବେ ତାହା ନିଜ ପ୍ରତି ବିଶ୍ୱାସଘାତକତା ହେବ- ଭକ୍ତ
ଆଗାମୀ ଦୁଇ ଦିନ ଏବଂ ୧୬ ତାରିଖରେ ଝଡ଼ ସାଙ୍ଗକୁ ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୨ ଅପ୍ରେଲ - ଆଗାମୀ ଦୁଇ ଦିନ ଏବଂ ୧୬ ତାରିଖରେ ଝଡ଼ ସାଙ୍ଗକୁ ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୧୪ ତାରିଖ ଓ ୧୫ ତାରିଖରେ ଝଡ଼ ସାଙ୍ଗକୁ ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ କେତେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଆଜି ସକାଳ ଠାରୁ ଆସନ୍ତାକାଲି ସକାଳ ସୁଦ୍ଧା ଝଡ଼ ସାଙ୍ଗକୁ ବଜ୍ରପାତ ଓ ପବନ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ରାୟଗଡ଼ା, କୋରାପୁଟ । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ରହିପାରେ । ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।
୧୩ ତାରିଖ ସକାଳ ଠାରୁ ୧୪ ତାରିଖ ସକାଳ ସୁଦ୍ଧା ଝଡ଼ ସାଙ୍ଗକୁ ବଜ୍ରପାତ ଓ ପବନ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୪ ତାରିଖ ସକାଳ ଠାରୁ ୧୫ ତାରିଖ ସକାଳ ସୁଦ୍ଧା ଝଡ଼ ସାଙ୍ଗକୁ ବଜ୍ରପାତ, ପବନ ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ତନ୍ମଧ୍ୟରେ ଭୀଷଣ ବର୍ଷା ନେଇ ଦୁଇ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝରକୁ ଚେତାବନୀ ଜାରି ହୋଇଛି ।୧୫ ତାରିଖ ସକାଳ ଠାରୁ ୧୬ ତାରିଖ ସକାଳ ପର୍ଯ୍ୟନ୍ତ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ତନ୍ମଧ୍ୟରେ ଭୀଷଣ ବର୍ଷା ନେଇ ଦୁଇ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝରକୁ ଚେତାବନୀ ଜାରି ହୋଇଛି ।୧୬ ତାରିଖ ସକାଳ ଠାରୁ ୧୭ ତାରିଖ ସକାଳ ସୁଦ୍ଧା ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।