- ଆନ୍ଧ୍ର ପ୍ରଦେଶରେ ଖାଇକୁ ଖସିଲା ବସ୍ , ୯ ଜଣ ଯାତ୍ରୀ ମୃତ, ୧୦ ଜଣଙ୍କ ଅବସ୍ଥା ଗୁରୁତର
- ଏସଆଇଆରର ତଦାରଖ ନିମନ୍ତେ ପର୍ଯ୍ୟବେକ୍ଷକ ନିଯୁକ୍ତ କଲେ ନିର୍ବାଚନ ଆୟୋଗ
- ରାହୁଲ ଗାନ୍ଧୀ ସଂସଦରେ ପ୍ରଦୂଷଣ ପ୍ରସଙ୍ଗରେ ବ୍ୟାପକ ଆଲୋଚନା ପାଇଁ କଲେ ଦାବି
- ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୩୧୨ କୋଟି ଟଙ୍କାର ଘଟଗାଁ ତାରିଣୀ ମନ୍ଦିର ବିକାଶ ପ୍ରକଳ୍ପର ଶୁଭାରମ୍ଭ କଲେ
- ଗୋଆରେ ନାଇଟ୍ କ୍ଲବରେ ସିଲିଣ୍ଡର ବିସ୍ଫୋରଣ ପରେ ଲାଗିଲା ନିଆଁ, 23 କର୍ମଚାରୀଙ୍କ ମୃତ୍ୟୁ
ଆଗାମୀ ୫ ଦିନ ମଧ୍ୟରେ ଭୀଷଣ ବର୍ଷା, ବଜ୍ରପାତ ଓ ପବନ ନେଇ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୫ ଅଗଷ୍ଟ :- ଆଗାମୀ ୫ ଦିନ ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର ଅଧିକାଂଶ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଢ଼େଙ୍କାନାଳ, ନୟାଗଡ଼, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗରି । ଏହି ସମୟରେ ଏସବୁ ଜିଲ୍ଲାର କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ଆସନ୍ତାକାଲି ଅର୍ଥାତ୍ ୬ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨ ଜିଲ୍ଲା(କେନ୍ଦୁଝର, ମୟୂରଭଞ୍ଜ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ୨ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
୭ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୮ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୯ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।