Breaking News
- କରାଚୀ ସପିଂ ପ୍ଲାଜାରେ ନିଆଁ ଲାଗି ମୃତ୍ୟୁବରଣ କରିଥିବା ଲୋକଙ୍କ ସହଖ୍ୟା 8ରେ ପହଂଚିଲା, 58ରୁ ଅଧିକ ନିଖୋଜ
- ଶିଳ୍ପପତିମାନେ ଝାରସୁଗୁଡା ସ୍ୱାର୍ଥକୁ ଅଣଦେଖା କରିଛନ୍ତି : ଭକ୍ତ
- ଯଦି କଂଗ୍ରେସ ପାଇଁ କାର୍ଯ୍ୟ କରିବା ନାହିଁ ତେବେ ତାହା ନିଜ ପ୍ରତି ବିଶ୍ୱାସଘାତକତା ହେବ- ଭକ୍ତ
- ନିର୍ମମ ବ୍ୟବହାର କରି କଣ ଆମେ ଧର୍ମ ପ୍ରସାର କରି ପାରିବା ? : ଭକ୍ତ
- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲ୍ଲା ଶିଳ୍ପ କେନ୍ଦ୍ରର ଜେନେରାଲ ମ୍ୟାନେଜର : ପାଞ୍ଚ ହଜାର ଟଙ୍କା ଲାଞ୍ଚ ନେଉଥିଲେ
FMNEWS.IN
22-12-2024
ସୁବର୍ଣ୍ଣପୁର, ୨୨ ଡିସେମ୍ବର - ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲ୍ଲା ଶିଳ୍ପ କେନ୍ଦ୍ରର ଜେନେରାଲ ମ୍ୟାନେଜର । ପିଏମଇଜିପି ଋଣ କରାଇ ଦେବା ପାଇଁ ହିତାଧିକାରୀ ସୁନିଲ କୁମାର ମିଶ୍ରଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ବିପିନ କୁମାର ଦେହୁରୀଙ୍କୁ ଧରିଲା ଭିଜିଲାନ୍ସ ବିଭାଗ । ୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ ବିପିନ ।ପିଏମଇଜିପି ଋଣ କରାଇ ଦେବା ପାଇଁ ସୁନିଲଙ୍କୁ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ବିପିନ । ଏନେଇ ସୁନିଲ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ । ପୂର୍ବ ଯୋଜନା ମୁତାବକ ବିପିନ ଦେହୁରୀ ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ମାଡ଼ି ବସିଥିଲା।ଘଟଣାସ୍ଥଳରୁ ଲାଞ୍ଚ ଟଙ୍କା ନଗଦ ୫ ହଜାର ଟଙ୍କା ଜବତ କରିଥିବା ବେଳେ, ଏବେ ଭିଜିଲାନ୍ସ ବିଭାଗ ବିପିନ ଦେହୁରୀଙ୍କର ତିନୋଟି ସ୍ଥାନରେ ଏକା ସାଙ୍ଗରେ ଚଢଉ କରିଥିବା ସୂଚନା ମିଳିଛି ।