Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲ୍ଲା ଶିଳ୍ପ କେନ୍ଦ୍ରର ଜେନେରାଲ ମ୍ୟାନେଜର : ପାଞ୍ଚ ହଜାର ଟଙ୍କା ଲାଞ୍ଚ ନେଉଥିଲେ
FMNEWS.IN
22-12-2024
ସୁବର୍ଣ୍ଣପୁର, ୨୨ ଡିସେମ୍ବର - ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲ୍ଲା ଶିଳ୍ପ କେନ୍ଦ୍ରର ଜେନେରାଲ ମ୍ୟାନେଜର । ପିଏମଇଜିପି ଋଣ କରାଇ ଦେବା ପାଇଁ ହିତାଧିକାରୀ ସୁନିଲ କୁମାର ମିଶ୍ରଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ବିପିନ କୁମାର ଦେହୁରୀଙ୍କୁ ଧରିଲା ଭିଜିଲାନ୍ସ ବିଭାଗ । ୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ ବିପିନ ।ପିଏମଇଜିପି ଋଣ କରାଇ ଦେବା ପାଇଁ ସୁନିଲଙ୍କୁ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ବିପିନ । ଏନେଇ ସୁନିଲ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ । ପୂର୍ବ ଯୋଜନା ମୁତାବକ ବିପିନ ଦେହୁରୀ ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ମାଡ଼ି ବସିଥିଲା।ଘଟଣାସ୍ଥଳରୁ ଲାଞ୍ଚ ଟଙ୍କା ନଗଦ ୫ ହଜାର ଟଙ୍କା ଜବତ କରିଥିବା ବେଳେ, ଏବେ ଭିଜିଲାନ୍ସ ବିଭାଗ ବିପିନ ଦେହୁରୀଙ୍କର ତିନୋଟି ସ୍ଥାନରେ ଏକା ସାଙ୍ଗରେ ଚଢଉ କରିଥିବା ସୂଚନା ମିଳିଛି ।