Breaking News
- କରାଚୀ ସପିଂ ପ୍ଲାଜାରେ ନିଆଁ ଲାଗି ମୃତ୍ୟୁବରଣ କରିଥିବା ଲୋକଙ୍କ ସହଖ୍ୟା 8ରେ ପହଂଚିଲା, 58ରୁ ଅଧିକ ନିଖୋଜ
- ଶିଳ୍ପପତିମାନେ ଝାରସୁଗୁଡା ସ୍ୱାର୍ଥକୁ ଅଣଦେଖା କରିଛନ୍ତି : ଭକ୍ତ
- ଯଦି କଂଗ୍ରେସ ପାଇଁ କାର୍ଯ୍ୟ କରିବା ନାହିଁ ତେବେ ତାହା ନିଜ ପ୍ରତି ବିଶ୍ୱାସଘାତକତା ହେବ- ଭକ୍ତ
- ନିର୍ମମ ବ୍ୟବହାର କରି କଣ ଆମେ ଧର୍ମ ପ୍ରସାର କରି ପାରିବା ? : ଭକ୍ତ
- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
ବାରବାଟୀରେ ଖେଳିବେ ନାମୀଦାମୀ ଫିଲ୍ମ ଷ୍ଟାର
FMNEWS.IN
12-02-2025
ଭୁବନେଶ୍ୱର, 12 ଫେବ୍ରୁଆରି- କଟକ ବାରବାଟୀରେ କ୍ରିକେଟ ଖେଳିବେ ନାମୀଦାମୀ ଫିଲ୍ମ ଷ୍ଟାର । ଫେବୃଆରୀ ୧୬ରେ ଆୟୋଜିତ ହେବାକୁ ଥିବା ସେଲିବ୍ରିଟି କ୍ରିକେଟ ଲିଗରେ ଖେଳିବେ ଷ୍ଟାର, ସୁପରଷ୍ଟାର। ଆଜି ଭୁବନେଶ୍ୱରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସିସିଏଲ ପକ୍ଷରୁ ଏହି ସୂଚନା ଦିଆଯାଇଛି। ବେଙ୍ଗଲ ସେଲିବ୍ରିଟି କ୍ରିକେଟର କଟକ ବାରବାଟୀ ହୋମ୍ ଗ୍ରାଉଣ୍ଡ ହେବ ବୋଲି ଟିମ୍ ଓନର ବୋନି କପୁର ଘୋଷଣା କରିଛନ୍ତି। ବେଙ୍ଗଲର ମୁକାବିଲା ମୁମ୍ବାଇ ଷ୍ଟାର ଟିମକୁ ଭେଟିବ। ଅର୍ଜୁନ କପୁର୍, ସୋହେଲ ଖାଁ, ସୋନୁ ସୁଦ୍, ମିକା ସିଂ, ଆୟୁଷ୍ମାନ ଖୁରାନା, ରିଦେଶ ଦେଶମୁଖ, ଜାହ୍ନବୀ କପୁର ଭଳି ଷ୍ଟାରମାନେ ଖେଳୁଥିବାର ଦର୍ଶକ ଦେଖିବେ। ଫେବୃଆରୀ ୧୧ ରୁ ବାରବାଟୀରେ ଟିକେଟ ମିଳିବା ଆରମ୍ଭ ହୋଇଛି। ଏହାଛଡା ରେଲୱେ ଷ୍ଟେସନ, ବିମାନ ବନ୍ଦର, ବସଷ୍ଟାଣ୍ଡରେ ବି ଟିକେଟ ମିଳିବ। ସାମ୍ବାଦିକ ସମ୍ମିଳନୀରେ ଅର୍ଜୁନ କପୁର ଉପସ୍ଥିତ ଥିଲେ। ଏହି ଟୁର୍ଣ୍ଣାମେଣ୍ଟକୁ ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।