Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ହି ବୀର ସୁରେନ୍ଦ୍ର ସାଏ ହାଇସ୍କୁଲର ବାର୍ଷିକ କ୍ରୀଡା ପ୍ରତିଯୋଗୀତା
FMNEWS.IN
24-12-2024
ସମ୍ବଲପୁର:- ଅଗ୍ରଣୀ ବୀର ସୁରେନ୍ଦ୍ର ସାଏ ପଂଚାୟତ ହାଇସ୍କୁଲ, ବରଗାଁ ର ୪୧ତମ ବାର୍ଷିକ କ୍ରୀଡ଼ା ଉତ୍ସବ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସୁଭାଷ ଚନ୍ଦ୍ର ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ସଭାରେ ବରିଷ୍ଠ ସାମ୍ବାଦିକ ଅର୍ଜୁନ ରଞ୍ଜନ ପଣ୍ଡା ଓ ରାଜର୍ଷି ପାଣିଗ୍ରାହୀ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ପ୍ରଦର୍ଶିତ କ୍ରୀଡ଼ା କୌଶଳକୁ ଉଚ୍ଚ ପ୍ରଶଂସା କରିବା ସହିତ ମନ ଦେଇ ପାଠ ପଢି ସମାଜରେ ମଣିଷ ପରି ମଣିଷ ଟିଏ ହେବା ପାଇଁ ପରାମର୍ଶ ଦେଇଥିଲେ। ପ୍ରଧାନଶିକ୍ଷକ ଅରବିନ୍ଦ ପାଣିଗ୍ରାହୀ ସ୍ୱାଗତ ଭାଷଣ ଦେଇ ବିବରଣୀ ପାଠ କରିଥିଲେ। କାର୍ଯ୍ୟକ୍ରମକୁ କ୍ରୀଡ଼ା ଶିକ୍ଷକ ରାମ ନିବାସ ସାହୁ ଏବଂ ଚିତରଞ୍ଜନ ପୂଝାରୀ ପରିଚାଳନା କରିଥିଲେ।